ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା |

104

କଟକ(ଉତ୍କଳ ନିଉଜ଼)୧୩.୦୮.୨୦୨୧-ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି,ଘଡଘଡି,ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି |ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି |କେନ୍ଦୁଝର,ମୟୁରଭଞ୍ଜ,ବାଲେଶ୍ୱର,ନବରଙ୍ଗପୁର ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାରନିଂ ଜାରି କରାଯାଇଛି | ବ୍ୟୁରୋ ରିପୋର୍ଟ ଉତ୍କଳ ନିଉଜ଼ |