ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ହତ୍ୟାକାଣ୍ଡରେ ମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ।

103

କଟକ (ଉତ୍କଳ ନିଉଜ) କଳାହାଣ୍ଡି ଜିଲ୍ଲା ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ସମ୍ପୃତି ଥିବା ଅଭିଯୋଗ କରିବା ସହିତ ତୁରନ୍ତ ମନ୍ତ୍ରୀ ପଦରୁ ଇସ୍ତଫା ଦେବା ଦାବିରେ ସିପିଆଇଏମଏଲ ଜିଲ୍ଲା ମହିଳା ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ସିପିଆଇଏମଏଲର ଜିଲ୍ଲା ସମ୍ପାଦକ ସମର ବଳ ଓ ଅଖିଳ ଭାରତୀୟ ମହିଳା ସଂଗଠନର ସମ୍ପାଦିକା ଗାୟତ୍ରୀ ବେହେରାଙ୍କ ନେତୃତ୍ୱରେ ଶତାଧିକ ମହିଳା କର୍ମୀମାନଙ୍କ ପକ୍ଷରୁ ସ୍ଥାନୀୟ ବନ୍ତ ଛକରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରାଯାଇଥିଲା। ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ପ୍ରତିବାଦ କରିଥିଲା। ଶେଷରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ କୁଶ ପୁତୁଳା ଦାହା କରାଯାଇଛି। ହତ୍ୟା କାଣ୍ଡରେ ସମ୍ପୃତି ଥିବା ସମସ୍ତ ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ କରାଯିବା ସହ ମମିତା ମେହେରଙ୍କ ପରିବାରକୁ ଏକ କୋଟି ଟଙ୍କା ଓ ତାଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବି କରିଥିଲେ। ତିହିଢିରୁ ସଂଜୟ ଦାସଙ୍କ ରିପୋର୍ଟ ଉତ୍କଳ ନିଉଜ।