ଆଖଣ୍ଡଳମଣିଙ୍କ ମନ୍ଦିର ଚୂଡାକୁ ଉଠିଲା ମହାଦୀପ

100

କଟକ (ଉତ୍କଳ ନିୟୁଜ୍)ପବିତ୍ର ଦିପାବଳୀ ଉତ୍ସବ ଅବସରରେ ପ୍ରସିଦ୍ଧ ଶୈବପୀଠ ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଚୂଡାକୁ ନିର୍ଦ୍ଧାରିତ ସମୟରେ ଉଠିଲା ମହାଦୀପ। ଏଥିପାଇଁ ଦିନତମାମ ମନ୍ଦିରରେ ଅନୁଷ୍ଠିତ ହୋଇଥିଲା ସ୍ବତନ୍ତ୍ର ନୀତିକାନ୍ତି। ଭୋର ୪ଟାରେ ମନ୍ଦିରର ଦ୍ବାର ଫିଟା ଯିବା ପରେ ମଙ୍ଗଳ ଆଳତୀ, ଘର୍ଷଣଲାଗି, ମହାସ୍ନାନ ସରିବା ପରେ ନୂତନବସ୍ତ୍ର, ଚନ୍ଦନ, ବେଲ୍ବପତ୍ର ଲାଗି କରାଯାଇ ଦିଗମ୍ବରବେଶରେ ସଜ୍ଜିତ କରାଯାଇଥିଲା ମଣିବାବାଙ୍କୁ। ପରେ ପହଡଖିଆ ଅନ୍ନନୀତି, ଯୋଗୀବେଶ, ବଡ ଅନ୍ନନୀତିଭୋଗ ଲାଗି ହେବା ପରେ ଅବକାଶ ନୀତି କରାଯିବା ପରେ ଦୀପାବଳୀ ନୀତି ନିମନ୍ତେ ମନ୍ଦିର ଗର୍ଭଗୃହକୁ ସଫେଇ କରାଯାଇ ଅପରାହ୍ଣ ୪ଟାରେ ମଣିବାବାଙ୍କୁ ବଡସିଂହାର ବେଶରେ ସଜ୍ଛିତ କରା ଯାଇଥିଲା। ସଂଧ୍ଯାରେ ଦୀପଦାନ ଓ ଷୋଡଶ ଉପଚାରପୂଜା, ବଡଆଳତୀ ନୀତି ସରିବା ପରେ ରାତ୍ର ୮ଟାରେ ପାଳିଆ ସେବାୟତଙ୍କ ଦ୍ବାରା ମହାଦୀପ ପ୍ରସ୍ତୁତ କରାଯାଇ ଗୁପ୍ତ ଷୋଡଶ ଉପଚାର ପୂଜାରେ ମହାଦୀପ ମାର୍ଜନା ଓ ଅଗ୍ନି ସଂଯୋଗ କରାଯିବା ପରେ ସଂକିର୍ତନ ସହ ମନ୍ଦିର ବେଢା ପରିକ୍ରମା କରାଯିବା ପରେ ରାତ୍ର ୯ ଟାରେ ମହାଦୀପ ମନ୍ଦିର ଚୂଡାକୁ ଉଠିଥିଲା ମହାଦୀପ। ସମସ୍ତ ନୀତିକାନ୍ତି କୋଭିଡ କଟକଣା ମଧ୍ଯରେ ସମ୍ପନ୍ନ ହୋଇଥିଲା। ତିହିଡିରୁ ସଂଜୟ ଦାସଙ୍କ ରିପୋର୍ଟ ଉତ୍କଳ ନିୟୁଜ୍।