ଦେଢ ଶହ ଲିଟର ଦେଶୀ ମଦ ଜବତ, ୨ ଗିରଫ।

242

କଟକ(ଉତ୍କଳ ନିଉଜ)ତିହିଡି- ଭଦ୍ରକ ଅବକାରୀ ଅଧିକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଓ ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଆଖୁଆପଦା, କୋର୍କରା, ମଞ୍ଜୁରୀ ଓ ମୁଡ଼ାପଦା ଗ୍ରାମରେ ଚଢାଉ କରାଯାଇ ଦେଢ ଶହ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସଂପୃକ୍ତ ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ କୋର୍କରା ଗ୍ରାମର ମହେଶ୍ୱର ମହାଳିକ ଏବଂ ମୁଡ଼ାପଦା ଗ୍ରାମର ବବିତା ଜେନାଙ୍କୁ ଗିରଫ କରାଯାଇଛି । ଜବତ ମଦର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏଏସଆଇ ପୁରୁଷୋତ୍ତମ ମଲ୍ଲିକ , କନେଷ୍ଟବଳ ଅନବାଦିତ୍ୟ ବାରିକ, ରମେଶ ନାୟକ, ଅଜିତ କୁମାର ସିଙ୍କୁ, ପ୍ରଦୀପ ମଲ୍ଲିକ, ସଞ୍ଜୟ କୁମାର ପାତ୍ର ଓ ସଂଧ୍ୟାରାଣୀ ସେନାପତି ପ୍ରଭୃତି ସାମିଲ ଥିଲେ । ଏନେଇ ଧାମନଗର ଅବକାରୀ ଥାନା ପକ୍ଷରୁ ୨ ଗୋଟି ମାମଲା ରୁଜ୍ଜୁ କରାଯାଇଛି । ତିହିଡିରୁ ସଂଜୟ ଦାସଙ୍କ ରିପୋର୍ଟ ଉତ୍କଳ ନିଉଜ।