ଦେଶୀ ମଦ ଜବତ, ୨ ଗିରଫ।

436

କଟକ(ଉତ୍କଳ ନିଉଜ)୦୭/୦୪/୨୦୨୨ : ଭଦ୍ରକ ଅବକାରୀ ଅଧିକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ତିହିଡ଼ି ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ସନ୍ଧ୍ୟାରାଣୀ ଦାସ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ତିହିଡ଼ି ଥାନା ଅନ୍ତର୍ଗତ ଅଲ୍ଲିନଗର, ପାଳିଆ ବଜାର, ହାଟୁଆରୀ, ଦୋଳସାହି ଓ ଗଣ୍ଡପଡ଼ା ଗ୍ରାମରେ ଚଢାଉ କରା ଯାଇଥିଲା। ୪୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସଂପୃକ୍ତ ତିହିଡ଼ି ଥାନା ଅନ୍ତର୍ଗତ ପାଳିଆ ଗ୍ରାମର ଅଭିମନ୍ୟୁ ସେଠୀ ଓ ହାଟୁଆରୀ ଗ୍ରାମର ରବିନ୍ଦ୍ର ମଳିକଙ୍କୁ ଗିରଫ କରା ଯାଇଛି । ଜବତ ମଦର ଆନୁମାନିକ ମୂଲ୍ୟ ୨୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲ, ଏ.ଏସ୍‌.ଆଇ ପୁରୁଷୋତ୍ତମ ମଲ୍ଲିକ, କନେଷ୍ଟବଳ ପ୍ରଦୀପ ମଲ୍ଲିକ, ଅଜିତ କୁମାର ସିଙ୍କୁ, ରମେଶ ନାୟକ, ଶିବପ୍ରସାଦ ସାହୁ, ଅନବାଦିତ୍ୟ ବାରିକ, ସନ୍ଧ୍ୟାରାଣୀ ସେନାପତି, ଜେମାମଣି ଜାମୁଡ଼ା ପ୍ରଭୃତି ସାମିଲ ଥିଲେ । ଏନେଇ ତିହିଡ଼ି ଅବକାରୀ ଥାନା ପକ୍ଷରୁ ୨ଟି ମାମଲା ରୁଜ୍ଜୁ କରା ଯାଇଛି। ତିହିଡିରୁ ସଂଜୟ ଦାସଙ୍କ ରିପୋର୍ଟ ଉତ୍କଳ ନିଉଜ |