ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ |

33

କଟକ (ଉତ୍କଳ ନ୍ୟୁଜ ) ୨୬-୦୧-୨୦୧୪ ; ଭଦ୍ରକ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ସମାରୋହ ପାଳିତ ହୋଇଯାଇଛି । ଏନେଇ ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଏକ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥିଭାବେ ଭଦ୍ରକ ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ସର୍ବ ପ୍ରଥମେ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିିରେ ମାଲ୍ୟାର୍ପଣ କରାଯାଇଥିଲା । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟପାଲିଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ପ୍ରମୁଖ ପଦାଧିକାରୀମାନେ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଏଥିସହ ଅନୁଷ୍ଠିତ ସମ୍ମିଳିତ ପ୍ୟାରେଡରେ ମୁଖ୍ୟ ଅତିଥି ଅଭିବାଦନ ଗ୍ରହଣ କରିଥିଲେ । ଜିଲ୍ଲାର ପୋଲିସ ବାହିନୀ ସମେତ ବିଭିନ୍ନ ସ୍କୁଲ ଏବଂ କଲେଜ ପକ୍ଷରୁ ବିଭିନ୍ନ ବର୍ଗର ପ୍ୟାରେଡ଼ ଟୃପ ପ୍ୟାରେଡ଼ରେ ଅଂଶ ଗ୍ରହଣ କରିଥିଲେ । ଶେଷରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି । ମୋଟାମୋଟି ଭାବେ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଭଦ୍ରକରୁ ସଞ୍ଜୟ ଦାସଙ୍କ ରିପୋର୍ଟ ଉତ୍କଳ ନ୍ୟୁଜ |