ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |

25

କଟକ (ଉତ୍କଳ ନ୍ୟୁଜ ) ୩-୦୩-୨୦୨୪ : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ ୫ଟି ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲର ଶୁଭ ଉଦ୍‌ଘାଟନ କରିଛନ୍ତି। ୫ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହା ଅତ୍ୟାଧୁନିକ ବସ୍‌ ଟର୍ମିନାଲର ବିକାଶ କରାଯାଇଛି। ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଶ୍ରୀ ପାଣ୍ଡିଆନ ଅନେକ ଥର ନିର୍ମାଣ ସ୍ଥଳକୁ ଯାଇ କାର୍ଯ୍ୟର ଆଗ୍ରଗତି ସଂପର୍କରେ ସମୀକ୍ଷା କରୁଥିଲେ। ଉଦ୍‌ଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବସ୍‌ ଟର୍ମିନାଲ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବାରେ ସଫଳ ହେବ ଏବଂ ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସାରା ଓଡିଶାରେ ଏକ ନୂଆ ପରିଚୟ ହେବ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ 5T ଉପକ୍ରମରେ ହୋଇଥିବା ଏହି ବସ୍‌ ଟର୍ମିନାଲ ବସ୍‌ ମାଲିକ, ବ୍ୟବସାୟୀ, ଯାତ୍ରୀ ତଥା ସମସ୍ତ ଜନସାଧାରଣଙ୍କ ସହଯୋଗରେ ନିର୍ମିତ ହୋଇଛି। ଏଠାରେ ଜରୁରୀକାଳୀନ ଚିକିତ୍ସାଠାରୁ ଆରମ୍ଭ କରି ବ୍ୟବସାୟିକ କମ୍ପ୍ଲେକ୍ସ, ଏସ୍କାଲେଟର, ଲିଫ୍ଟ, ପ୍ରତିକ୍ଷାଳୟ, ପୋଲିସ୍‌ ଫାଣ୍ଡି, ଡ୍ରାଇଭରମାନଙ୍କ ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ଫୁଡ୍ କୋର୍ଟ ଆଦି ସମସ୍ତ ସୁବିଧା ରହିଛି। ଏୟାରପୋର୍ଟ ଭଳି ଯାତ୍ରୀମାନେ ଏଠାରେ ସବୁ ସୁବିଧା ପାଇ ପାରିବେ ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଏହି ବସ୍‌ ଟର୍ମିନାଲର ଉପଯୁକ୍ତ ରକ୍ଷଣାବେକ୍ଷଣରେ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମରେ ପତାକା ଦେଖାଇ ବସ୍‌ ଚଳାଚଳର ଶୁଭାରମ୍ଭ କରିବା ସହିତ ଆହାର କେନ୍ଦ୍ରରେ ଯାତ୍ରୀ ମାନଙ୍କୁ ଖାଦ୍ୟ ପରସିଥିଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ରୁ ଜିତେନ୍ କୁମାର ସାମନ୍ତରାୟ ଙ୍କ ରିପୋର୍ଟ ଉତ୍କଳ ନ୍ୟୁଜ |