ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର |

80

କଟକ (ଉତ୍କଳ ନ୍ୟୁଜ ) ୧୫-୦୩-୨୦୨୪ : ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ, ରାଜ୍ୟର ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ ହେବେ ଉପକୃତ । ରାଜ୍ୟ ସରକାର ଏଥିପାଇଁ ୨.୮୮ କୋଟି ଟଙ୍କାର ଅତିରିକ୍ତ ଖର୍ଚ୍ଚ ବହନ କରିବେ। ରାଜ୍ୟ ସରକାର ଶ୍ରମିକ ମାନଙ୍କ ର ସର୍ବନିମ୍ନ ମଜୁରୀରେ ପରିବର୍ତ୍ତନ କରିଛନ୍ତି। ଏ ସଂପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି | ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ। ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କା ରହିଥିବା ବେଳେ ଏହାକୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କା, କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କା ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଯାହାଦ୍ବାରା ଶ୍ରମିକ ମାନେ କିଛି ଉପକୃତ ହୋଇପାରିବେ। ଜିତେନ କୁମାର ସାମନ୍ତରାୟ ଙ୍କ ରିପୋର୍ଟ ଉତ୍କଳ ନିୟୁଜ |