ଗୁଳିମାଡ଼

292

ଖୋର୍ଦ୍ଧା ବାଣପୁର ବ୍ଲକରେ ଦିନ ଦ୍ବିପ୍ରହରରେ ଗୁଳିମାଡ ହୋଇଥିବାର ଖବର ମିଳିଛି । ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକ କୁମାରାଙ୍ଗ ପଞ୍ଚାୟତ ଅନ୍ତର୍ଗତ ଝିଣ୍ଟିକାପଲ୍ଲୀ ଗ୍ରାମରେ ଆଜି ଦିନ ଦ୍ବିପ୍ରହରରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ ହୋଇଛି । ଗୁଳିମାଡର ଶିକାର ହୋଇଥିବା ବ୍ୟକ୍ତି ଜଣକ ହେଉଛନ୍ତି କାହ୍ନୁ ପରିଡା । ବୟସ ତାଙ୍କର 37 ବର୍ଷ ବୋଲି ଜଣାପଡିଛି । ଗୁଳିଟି ତାଙ୍କର ନାକରେ ବାଜି ଭିତରେ ରହିଥିବାର ସୂଚନା ରହିଛି । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା । କିନ୍ତୁ ଅବସ୍ଥା ବେଶ୍‌ ଗୁରୁତର ରହିଥିବାରୁ ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ସୂଚନା ପାଇ ବାଣପୁର ପୋଲିସ୍‌ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଏହି ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି । ତେବେ ଘରୋଇ ଝଗଡା କାରଣରୁ ଏହି ଗୁଳିକାଣ୍ଡ ଘଟିଥିବାର ଅନୁମାନ କରାଯାଉଛି ଲ ଖୋର୍ଦ୍ଧା ରୁ ସୁଧୀର କୁମାର ବେହେରାଙ୍କ ରିପୋର୍ଟ ଉତ୍କଳ ନିଉଜ଼ |