କଟକ (ଉତ୍କଳ ନ୍ୟୁଜ) ୧୪/୧୧/୨୦୨୬ : ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ବିଭୁ ପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ଏନେଇ ଶନିବାର କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଆନୁଷ୍ଠାନିକ ବିଜ୍ଞପ୍ତି ଜାରି କରାଯାଇଛି।ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଅବସର ଗ୍ରହଣ କରିବା ପରେ ଏହି ପଦବୀ ଖାଲି ପଡ଼ିଥିଲା। ନୂତନ ମୁଖ୍ୟ ବିଚାରପତିଙ୍କ ନିଯୁକ୍ତି ହେବା ପର୍ଯ୍ୟନ୍ତ ଜଷ୍ଟିସ ବିଭୁ ପ୍ରସାଦ ରାଉତରାୟ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇବେ। ଏହି ନିଯୁକ୍ତି ଦ୍ୱାରା ଓଡ଼ିଶା ହାଇକୋର୍ଟର ନ୍ୟାୟିକ ପ୍ରଶାସନିକ କାର୍ଯ୍ୟଧାରା ଆଗକୁ ବଢ଼ିବ ବୋଲି ଆଶା କରାଯାଉଛି। ଉତ୍କଳ ନ୍ୟୁଜ