ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଫ୍ରାନ୍ସ ରାଷ୍ଟ୍ରଦୂତ |

77

କଟକ (ଉତ୍କଳ ନ୍ୟୁଜ ) ୦୨-୪-୨୦୨୫ : ଆଜି ଭାରତରେ ଅବସ୍ଥାପିତ ଫ୍ରାନ୍ସ ରାଷ୍ଟ୍ରଦୂତ ଶ୍ରୀ ଥିଏରୀ ମାଥୌ ଲୋକ ସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରି ଓଡ଼ିଶା ଏବଂ ଫ୍ରାନ୍ସର ମଧ୍ୟରେ ଦୃଢ ସମ୍ପର୍କ ସ୍ଥାପନ ବିଷୟରେ ଆଲୋଚନା କରିଛନ୍ତି। ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ପରିକଳ୍ପନାରେ ଓଡ଼ିଶାର ବିକାଶ ଏବଂ ଏହା ସହିତ ଓଡ଼ିଶାରେ ନିବେଶ, ଶିକ୍ଷା, ପର୍ଯ୍ୟଟନ ଓ ଅନ୍ୟାନ୍ୟ କ୍ଷେତ୍ରରେ ସୁଯୋଗ ସମ୍ପର୍କରେ ଆଲୋଚନା ହୋଇଥିଲା। ଫ୍ରାନ୍ସ ଓ ଭାରତର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ, ଓଡ଼ିଶା କିପରି ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବ ସେ ସମ୍ପର୍କରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।