ପାରମ୍ପାରିକ ପୋଷାକ ପରିଧାନ ଦିବସ ପାଳିତ |

131

କଟକ (ଉତ୍କଳ ନ୍ୟୁଜ ) ୩-୦୪-୨୦୨୫ : ଅପ୍ରେଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବ ଟପୋଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଆଜି ପାରମ୍ପରିକ ପୋଷାକ ପରିଧାନ ପୂର୍ବକ କାର୍ଯ୍ୟାଳୟକୁ ଆସିଥିଲେ । ମୋ ପୋଷାକ ମୋ ପରିଚୟ ସ୍ଲୋଗାନ୍‌କୁ ସମ୍ମାନ ଜଣାଇ ଆଜି ଖଦୀ, ସମ୍ବଲପୁରୀ, ସୋନପୁରୀ, କୋଟପାଡ, ମାଣିଆବନ୍ଧ, ନୂଆପାଟଣା, ବୋମକାଇ ଆଦି ରାଜ୍ୟର ବିିଭନ୍ନ ସ୍ଥାନର ହସ୍ତତନ୍ତ ବୁଣା ପୋଷାକ ପରିଧାନ କରିଥିଲେ । ଆମ ବସ୍ତ୍ର ହେଉଛି ଆମ ସ୍ୱାଭିମାନ ଓ ଆମ ପରିଚୟ।

ଓଡ଼ିଶା ହସ୍ତତନ୍ତର ସମଗ୍ର ବିଶ୍ୱରେ ପ୍ରସିଦ୍ଧ ରହିଛି। ଏଣୁ କେବଳ ଓଡ଼ିଆ ପକ୍ଷ ପାଳନ ନୁହେଁ ଦୈନନ୍ଦିନ ଜୀବନରେ ସମସ୍ତେ ହସ୍ତତନ୍ତ ପୋଷାକ ପିନ୍ଧିବାକୁ ଅଭ୍ୟାସରେ ପରିଣତ କରି ଆମ ବୁଣାକାର ଓ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ସହ ସମୃଦ୍ଧ ଓଡ଼ିଶା ଗଠନରେ ଅଂଶୀଦାର ହେବାକୁ ଜିଲ୍ଲାପାଳ ଆହ୍ଵାନ ଦେଇଛନ୍ତି । ଏହି ଅବସରରେ ଜଲ୍ଲାପାଳଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଏକତ୍ରିତ ହୋଇ ଫଟୋଚିତ୍ର ଉଠାଇଥିଲେ ।