ଆସନ୍ତାକାଲିଠୁ ବଢିବ ତାତି |

171

କଟକ ,(ଉତ୍କଳ ନ୍ୟୁଜ) ,୬.୬.୨୦୨୫ : ରାଜ୍ୟରେ ଏବେ ପାଗ ଆଂଶିକ ମେଘୁଆ ରହୁଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ଆଖପାଖ ଅଞ୍ଚଳରେ ୪୦ରୁ ୫୦ କିମି ବେଗରେ ପବନର ଝଟ୍‌କା ସହ କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଏଥିସହ ଆସନ୍ତାକାଲିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଅନେକ ସ୍ଥାନରେ ଉଷ୍ମ ଓ ଆର୍ଦ୍ର ପରିବେଶ ଯୋଗୁଁ ଭୀଷଣ ଗରମ ଓ ଗୁଳୁଗୁଳି ହେବ। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୨ ଦିନରେ ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରି ଯାଏଁ ବୃଦ୍ଧି ପାଇବ। ଏହାପରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଆସନ୍ତାକାଲି ଭୁବନେଶ୍ବରର ପାଗ ଆଂଶିକ ମେଘୁଆ ରହିବା ସହ ଝଡ଼ବର୍ଷା /ବଜ୍ରପାତ ସମ୍ଭାବନା ରହିଛି। ସର୍ବାଧିକ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ରହିବ।