ସୃଷ୍ଟି ହେଲା ଲଘୁଚାପ ୨୮ ଯାଏଁ ପ୍ରବଳ ବର୍ଷା |

123

କଟକ,(ଉତ୍କଳ ନ୍ୟୁଜ),୨୫.୦୭.୨୦୨୫ : ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଜି ସକାଳେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି | ଏହାସହ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିମି ଉଚ୍ଚତା ସହ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର , ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି | ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି | ଶୁକ୍ରବାର ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କାକୁ ନେଇ ପାଣିପାଗ କେନ୍ଦ୍ର ପଵାକ୍ୟରୁ ପୁର୍ବାନୁମାନ କରାଯାଇଛି |